ଗୀତସଂହିତା 76

ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା]

Psalm 76:3 (UKJV) There brake he the arrows of the bow, the shield, and the sword, and the battle. Selah.

1ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।

2ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।

3ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା]

4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।

5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.