ଗୀତସଂହିତା 77

ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।

Psalm 77:1 (UKJV) I cried unto God with my voice, even unto God with my voice; and he gave ear unto me.

1ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।

2ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।

3ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.