11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?
14ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।