17ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
19ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
20ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।