ଗୀତସଂହିତା 77

ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।

Psalm 77:5 (UKJV) I have considered the days of old, the years of ancient times.

3ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା]

4ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।

5ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।

6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

7“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.