7“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
8ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
9ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” [ସେଲା]
10ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।