ଗୀତସଂହିତା 78

ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।

Psalm 78:13 (UKJV) He divided the sea, and caused them to pass through; and he made the waters to stand as an heap.

11ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।

12ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।

13ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।

14ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।

15ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.