ଗୀତସଂହିତା 78

ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।

Psalm 78:18 (UKJV) And they tempted God in their heart by asking food for their lust.

16ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।

17ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।

18ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।

19ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?

20ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.