ଗୀତସଂହିତା 78

ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;

Psalm 78:2 (UKJV) I will open my mouth in a parable: I will utter dark sayings of old:

1ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।

2ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;

3ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

4ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.