ଗୀତସଂହିତା 78

କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।

Psalm 78:22 (UKJV) Because they believed not in God, and trusted not in his salvation:

20ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”

21ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;

22କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।

23ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।

24ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.