ଗୀତସଂହିତା 78

ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।

Psalm 78:46 (UKJV) He gave also their increase unto the caterpillar, and their labour unto the locust.

44ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।

45ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।

46ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।

47ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରିବୃକ୍ଷ ନଷ୍ଟ କଲେ।

48ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.