52ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
53ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
54ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
55ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
56ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;