9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
10ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
11ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
12ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।
13ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।