ଗୀତସଂହିତା 79

ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।

Psalm 79:2 (UKJV) The dead bodies of your servants have they given to be food unto the fowls of the heaven, the flesh of your saints unto the beasts of the earth.

1ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।

2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।

3ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।

4ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.