2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
3ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
4ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
5ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?
6ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।