6ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
7କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
10ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।