1ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?