ଗୀତସଂହିତା 8

ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

Psalm 8:6 (UKJV) You made him to have dominion over the works of your hands; you have put all things under his feet:

4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?

5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.