ଗୀତସଂହିତା 80

ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।

Psalm 80:10 (UKJV) The hills were covered with the shadow of it, and the boughs thereof were like the goodly cedars.

8ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।

9ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।

10ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।

11ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।

12କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.