9ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
10ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।
11ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?
13ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।