15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
17ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
18ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
19ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।