1ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
2ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
3ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
4ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?