ଗୀତସଂହିତା 81

ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।

Psalm 81:10 (UKJV) I am the LORD your God, which brought you out of the land of Egypt: open your mouth wide, and I will fill it.

8ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!

9ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।

10ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।

11ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।

12ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.