11ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
12ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।
13ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
14ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
15ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।