ଗୀତସଂହିତା 81

ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।

Psalm 81:2 (UKJV) Take a psalm, and bring here the timbrel, the pleasant harp with the psaltery.

1ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

2ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।

3ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।

4କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.