ଗୀତସଂହିତା 81

ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।

Psalm 81:5 (UKJV) This he ordained in Joseph for a testimony, when he went out through the land of Egypt: where I heard a language that I understood not.

3ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।

4କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।

5ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।

6“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।

7ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.