ଗୀତସଂହିତା 82

“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା]

Psalm 82:2 (UKJV) How long will all of you judge unjustly, and accept the persons of the wicked? Selah.

1ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।

2“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା]

3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।

4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.