16ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
18ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।