ଗୀତସଂହିତା 83

କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।

Psalm 83:2 (UKJV) For, lo, yours enemies make a tumult: and they that hate you have lifted up the head.

1ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।

2କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।

3ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।

4ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.