ଗୀତସଂହିତା 83

ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।

Psalm 83:9 (UKJV) Do unto them as unto the Midianites; as to Sisera, as to Jabin, at the brook of Kison:

7ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।

8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା]

9ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।

10ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।

11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.