ଗୀତସଂହିତା 84

ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।

Psalm 84:5 (UKJV) Blessed is the man whose strength is in you; in whose heart are the ways of them.

3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,

4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]

5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।

6ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।

7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.