ଗୀତସଂହିତା 84

ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।

Psalm 84:6 (UKJV) Who passing through the valley of Baca make it a well; the rain also fills the pools.

4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]

5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।

6ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।

7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.