ଗୀତସଂହିତା 84

ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

Psalm 84:7 (UKJV) They go from strength to strength, every one of them in Zion appears before God.

5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।

6ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।

7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]

9ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.