1ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା]
3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।