10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।