ଗୀତସଂହିତା 85

ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।

Psalm 85:4 (UKJV) Turn us, O God of our salvation, and cause yours anger toward us to cease.

2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା]

3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।

4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।

5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?

6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.