ଗୀତସଂହିତା 85

ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?

Psalm 85:5 (UKJV) Will you be angry with us for ever? will you draw out yours anger to all generations?

3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।

4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।

5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?

6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?

7ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.