11ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
13କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।
14ହେ ପରମେଶ୍ୱର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
15ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।