15ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।
17ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ମୋତେ ସାହାଯ୍ୟ କରିଅଛ ଓ ସାନ୍ତ୍ୱନା ଦେଇଅଛ।