ଗୀତସଂହିତା 86

ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।

Psalm 86:2 (UKJV) Preserve my soul; for I am holy: O you my God, save your servant that trusts in you.

1ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।

2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।

3ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।

4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.