ଗୀତସଂହିତା 86

ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।

Psalm 86:3 (UKJV) Be merciful unto me, O Lord: for I cry unto you daily.

1ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।

2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।

3ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।

4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।

5ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.