ଗୀତସଂହିତା 87

ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।

Psalm 87:2 (UKJV) The LORD loves the gates of Zion more than all the dwellings of Jacob.

1ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।

2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।

3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]

4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.