ଗୀତସଂହିତା 87

ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”

Psalm 87:4 (UKJV) I will make mention of Rahab and Babylon to them that know me: behold Philistia, and Tyre, with Ethiopia; this man was born there.

2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।

3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]

4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”

5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।

6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.