9କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
10ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା]
11କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?
12ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
13ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।