12ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
13ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
14ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ?
15ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
16ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।