15ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
16ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।
17ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।
18ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।