ଗୀତସଂହିତା 88

କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।

Psalm 88:3 (UKJV) For my soul is full of troubles: and my life draws nigh unto the grave.

1ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;

2ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର;

3କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।

4ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।

5ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.