6ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।
7ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା]
8ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
9କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
10ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା]