1ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।
2କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”
3“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।