11ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
12ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
13ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
14ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
15ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।